Text copied!
Bibles in Odia

ଉପଦେଶକ 9:13-18 in Odia

Help us?

ଉପଦେଶକ 9:13-18 in ଓଡିଆ ବାଇବେଲ

13 ମୁଁ ମଧ୍ୟ ସୂର୍ଯ୍ୟ ତଳେ ଏହି ପ୍ରକାର ଜ୍ଞାନ ଦେଖିଅଛି, ଆଉ ତାହା ମୋ’ ଦୃଷ୍ଟିରେ ମହତ୍‍ ବୋଧ ହେଲା;
14 ଯଥା, ଅଳ୍ପ ଲୋକବିଶିଷ୍ଟ ଏକ କ୍ଷୁଦ୍ର ନଗର ଥିଲା; ଆଉ, ଏକ ମହାରାଜା ତହିଁ ବିରୁଦ୍ଧରେ ଆସି ତାହା ବେଷ୍ଟନ କଲା ଓ ତାହା ବିରୁଦ୍ଧରେ ବଡ଼ ବଡ଼ ଦୁର୍ଗ ନିର୍ମାଣ କଲା।
15 ଏପରି ସମୟରେ ତାହା ମଧ୍ୟରେ ଏକ ଦରିଦ୍ର ଜ୍ଞାନୀ ଲୋକ ଦେଖାଗଲା, ପୁଣି ସେ ଆପଣା ଜ୍ଞାନ ଦ୍ୱାରା ନଗର ରକ୍ଷା କଲା; ତଥାପି ସେହି ଦରିଦ୍ର ଲୋକକୁ କେହି ସ୍ମରଣ କଲା ନାହିଁ।
16 ତେବେ ମୁଁ କହିଲି, “ବଳ ଅପେକ୍ଷା ଜ୍ଞାନ ଉତ୍ତମ; ତଥାପି ଦରିଦ୍ର ଲୋକର ଜ୍ଞାନ ତୁଚ୍ଛୀକୃତ ହୁଏ ଓ ତାହାର ବାକ୍ୟ ଶୁଣାଯାଏ ନାହିଁ।
17 ମୂର୍ଖମାନଙ୍କ ମଧ୍ୟରେ ଶାସନକାରୀର ଚିତ୍କାର ଅପେକ୍ଷା ଶାନ୍ତରେ କଥିତ ଜ୍ଞାନୀର ବାକ୍ୟ ଅଧିକ ଶୁଣାଯାଏ।
18 ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।”
ଉପଦେଶକ 9 in ଓଡିଆ ବାଇବେଲ