4କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।
5ଜୀବିତ ଲୋକେ ମରିବେ ବୋଲି ଜାଣନ୍ତି; ମାତ୍ର ମୃତ ଲୋକମାନେ କିଛି ଜାଣନ୍ତି ନାହିଁ, କିଅବା ସେମାନେ ଆଉ କୌଣସି ଫଳ ପାଆନ୍ତି ନାହିଁ; କାରଣ ସେମାନଙ୍କ ବିଷୟକ ସ୍ମରଣ ବିସ୍ମୃତ ହୁଏ।
6ଯେପରି ସେମାନଙ୍କର ପ୍ରେମ, ସେପରି ସେମାନଙ୍କର ଘୃଣା ଓ ଈର୍ଷା ନଷ୍ଟ ହୁଏ; କିଅବା ସୂର୍ଯ୍ୟ ତଳେ ଯାହା କିଛି କରାଯାଏ, ତହିଁରେ ଅନନ୍ତ କାଳ ସେମାନଙ୍କର କୌଣସି ଅଂଶ ନ ଥାଏ।