Text copied!
CopyCompare
ଓଡିଆ ବାଇବେଲ - ଉପଦେଶକ - ଉପଦେଶକ 9

ଉପଦେଶକ 9:7-10

Help us?
Click on verse(s) to share them!
7ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
8ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।
9ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।
10ତୁମ୍ଭ ହସ୍ତ ଯେକୌଣସି କାର୍ଯ୍ୟ କରିବାକୁ ପାଏ, ତାହା ଆପଣା ଶକ୍ତିରେ କର; କାରଣ ତୁମ୍ଭେ ଯେଉଁ ସ୍ଥାନକୁ ଯାଉଅଛ, ସେହି କବରରେ କୌଣସି କାର୍ଯ୍ୟ, କି କଳ୍ପନା, କି ବିଦ୍ୟା, କି ଜ୍ଞାନ ନାହିଁ।

Read ଉପଦେଶକ 9ଉପଦେଶକ 9
Compare ଉପଦେଶକ 9:7-10ଉପଦେଶକ 9:7-10