7ଭ୍ରାନ୍ତ ନ ହୁଅ; ଈଶ୍ୱର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ ।
8ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ ।
9ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଲାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା ।