Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 109

ଗୀତସଂହିତା 109:8-16

Help us?
Click on verse(s) to share them!
8ତାହାର ଆୟୁ ଅଳ୍ପ ହେଉ ଓ ଅନ୍ୟ ଲୋକ ତାହାର ପଦ ପ୍ରାପ୍ତ ହେଉ।
9ତାହାର ସନ୍ତାନମାନେ ପିତୃହୀନ ହେଉନ୍ତୁ ଓ ତାହାର ଭାର୍ଯ୍ୟା ବିଧବା ହେଉ।
10ତାହାର ସନ୍ତାନଗଣ ବାରବୁଲା ହୋଇ ଭିକ୍ଷା କରନ୍ତୁ ଓ ସେମାନେ ଆପଣା ଆପଣା ଉଜାଡ଼ ସ୍ଥାନରୁ ଆହାର ଅନ୍ୱେଷଣ କରନ୍ତୁ।
11ମହାଜନ ତାହାର ସର୍ବସ୍ୱ ଧରୁ; ଆଉ, ବିଦେଶୀମାନେ ତାହାର ଶ୍ରମର ଫଳ ଲୁଟ କରନ୍ତୁ।
12ତାହା ପ୍ରତି କୃପା ପ୍ରକାଶ କରିବାକୁ କେହି ନ ଥାଉ, କିଅବା ତାହାର ପିତୃହୀନ ସନ୍ତାନଗଣକୁ କେହି ଦୟା କରିବାକୁ ନ ରହୁ।
13ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ ନାମ ଲୁପ୍ତ ହେଉ।
14ତାହାର ପିତୃପୁରୁଷଙ୍କ ଅପରାଧ ସଦାପ୍ରଭୁଙ୍କ ସ୍ମରଣରେ ଥାଉ ଓ ତାହାର ମାତାର ପାପ ଲୁପ୍ତ ନ ହେଉ।
15ସଦାପ୍ରଭୁ ଯେପରି ସେମାନଙ୍କ ସ୍ମରଣ ପୃଥିବୀରୁ ଉଚ୍ଛିନ୍ନ କରିବେ, ଏଥିପାଇଁ ସେମାନେ ତାହାଙ୍କ ସାକ୍ଷାତରେ ସର୍ବଦା ଥାଉନ୍ତୁ।
16ସେ ଦୟା ପ୍ରକାଶ କରିବାକୁ ସ୍ମରଣ କଲା ନାହିଁ। ମାତ୍ର ଦୁଃଖୀ, ଦୀନହୀନ ଓ ଭଗ୍ନାନ୍ତଃକରଣ ଲୋକଙ୍କୁ ବଧ କରିବା ପାଇଁ ତାଡ଼ନା କଲା।

Read ଗୀତସଂହିତା 109ଗୀତସଂହିତା 109
Compare ଗୀତସଂହିତା 109:8-16ଗୀତସଂହିତା 109:8-16