Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା

ଗୀତସଂହିତା 114

Help us?
Click on verse(s) to share them!
1ଯେତେବେଳେ ଇସ୍ରାଏଲ ମିସରରୁ ଓ ଯାକୁବ-ବଂଶ ଅନ୍ୟ ଭାଷାବାଦୀ ଲୋକଙ୍କ ମଧ୍ୟରୁ ବାହାରିଲେ;
2ସେତେବେଳେ ଯିହୁଦା ତାହାଙ୍କ ଧର୍ମଧାମ ଓ ଇସ୍ରାଏଲ ତାହାଙ୍କ ରାଜ୍ୟ ହେଲା,
3ସମୁଦ୍ର ତାହା ଦେଖି ପଳାଇଲା; ଯର୍ଦ୍ଦନ ଉଜାଣି ବହିଲା।
4ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।
5ତୁମ୍ଭର କ’ଣ ହେଲା ଯେ, ହେ ସମୁଦ୍ର, ତୁମ୍ଭେ ପଳାଉଅଛ ? ହେ ଯର୍ଦ୍ଦନ, ତୁମ୍ଭେ ଉଜାଣି ବହୁଅଛ ?
6ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ ?
7ହେ ପୃଥିବୀ, ତୁମ୍ଭେ ପ୍ରଭୁଙ୍କ ଛାମୁରେ, ଯାକୁବର ପରମେଶ୍ୱରଙ୍କ ଛାମୁରେ କମ୍ପିତ ହୁଅ;
8ସେ ଶୈଳକୁ ଜଳାଶୟ, ଚକ୍‍ମକି ପ୍ରସ୍ତରକୁ ନିର୍ଝର କଲେ।