Text copied!
Bibles in Odia

ଗୀତସଂହିତା 119:106-111 in Odia

Help us?

ଗୀତସଂହିତା 119:106-111 in ଓଡିଆ ବାଇବେଲ

106 ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।
107 ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୁ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
108 ହେ ସଦାପ୍ରଭୁ, ନିବେଦନ କରୁଅଛି, ମୋ’ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।
109 ମୋ’ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।
110 ଦୁଷ୍ଟମାନେ ମୋ’ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।
111 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋ’ ଚିତ୍ତର ଆହ୍ଲାଦଜନକ।
ଗୀତସଂହିତା 119 in ଓଡିଆ ବାଇବେଲ