Text copied!
Bibles in Odia

ଗୀତସଂହିତା 119:130-139 in Odia

Help us?

ଗୀତସଂହିତା 119:130-139 in ଓଡିଆ ବାଇବେଲ

130 ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।
131 ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚା କରି ଫିଟାଇ ପକାଇଲି।
132 ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋ’ ପ୍ରତି ଫେର ଓ ମୋତେ ଦୟା କର।
133 ତୁମ୍ଭ ବାକ୍ୟାନୁସାରେ ମୋ’ ପାଦଗତି ସଜାଡ଼ ଓ ମୋ’ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ।
134 ମନୁଷ୍ୟର ଉପଦ୍ରବରୁ ମୋତେ ମୁକ୍ତ କର; ତହିଁରେ ମୁଁ ତୁମ୍ଭର ବିଧାନସବୁ ପାଳନ କରିବି।
135 ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।
136 ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋ’ ଚକ୍ଷୁରୁ ଜଳଧାରା ବହୁଅଛି।
137 ସାଦେ। ହେ ସଦାପ୍ରଭୁ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।
138 ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।
139 ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରି ଅଛନ୍ତି।
ଗୀତସଂହିତା 119 in ଓଡିଆ ବାଇବେଲ