Text copied!
Bibles in Odia

ଗୀତସଂହିତା 119:140-157 in Odia

Help us?

ଗୀତସଂହିତା 119:140-157 in ଓଡିଆ ବାଇବେଲ

140 ତୁମ୍ଭର ବାକ୍ୟ ଅତ୍ୟନ୍ତ ନିର୍ମଳ; ତହିଁ ପାଇଁ ତୁମ୍ଭ ଦାସ ତାହା ସ୍ନେହ କରେ।
141 ମୁଁ କ୍ଷୁଦ୍ର ଓ ତୁଚ୍ଛୀକୃତ; ତଥାପି ମୁଁ ତୁମ୍ଭର ବିଧାନସବୁ ପାସୋରୁ ନାହିଁ।
142 ତୁମ୍ଭର ଧର୍ମ ଅନନ୍ତକାଳସ୍ଥାୟୀ ଧର୍ମ ଓ ତୁମ୍ଭର ବ୍ୟବସ୍ଥା ସତ୍ୟ।
143 କ୍ଳେଶ ଓ ଯନ୍ତ୍ରଣା ମୋତେ ଆକ୍ରମଣ କରିଅଛି; ତେବେ ହେଁ ତୁମ୍ଭର ଆଜ୍ଞାସମୂହ ମୋହର ଆହ୍ଲାଦଜନକ।
144 ତୁମ୍ଭର ପ୍ରମାଣ-ବାକ୍ୟସକଳ ସଦାକାଳ ଧର୍ମମୟ; ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ବଞ୍ଚିବି।
145 କଫ। ମୁଁ ସର୍ବାନ୍ତଃକରଣରେ ପ୍ରାର୍ଥନା କରିଅଛି; “ହେ ସଦାପ୍ରଭୁ, ମୋତେ ଉତ୍ତର ଦିଅ; ମୁଁ ତୁମ୍ଭର ବିଧି ପାଳନ କରିବି।
146 ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି; ମୋତେ ତ୍ରାଣ କର, ତହିଁରେ ମୁଁ ତୁମ୍ଭର ପ୍ରମାଣ-ବାକ୍ୟସବୁ ମାନିବି।”
147 ମୁଁ ଅରୁଣୋଦୟ ପୂର୍ବେ ଆର୍ତ୍ତନାଦ କଲି; ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଲି।
148 ମୁଁ ଯେପରି ତୁମ୍ଭ ବାକ୍ୟ ଧ୍ୟାନ କରିବି, ଏଥିପାଇଁ ରାତ୍ରିର ପ୍ରତ୍ୟେକ ପ୍ରହର ପୂର୍ବେ ମୋହର ଚକ୍ଷୁ ପ୍ରସ୍ତୁତ ହେଲା।
149 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ମୋହର ରବ ଶୁଣ; ହେ ସଦାପ୍ରଭୁ, ଆପଣା ଶାସନାନୁସାରେ ମୋତେ ସଚେତ କର।
150 ଦୁଷ୍ଟତାର ଅନୁଗାମୀ ଲୋକମାନେ ନିକଟକୁ ଆସୁଅଛନ୍ତି; ସେମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରବର୍ତ୍ତୀ।
151 ହେ ସଦାପ୍ରଭୁ, ତୁମ୍ଭେ ନିକଟବର୍ତ୍ତୀ ଓ ତୁମ୍ଭ ଆଜ୍ଞାସକଳ ସତ୍ୟ।
152 ମୁଁ ପୂର୍ବଠାରୁ ତୁମ୍ଭ ପ୍ରମାଣ-ବାକ୍ୟରୁ ଜାଣିଅଛି ଯେ, ତୁମ୍ଭେ ସଦାକାଳ ନିମନ୍ତେ ତାହା ସ୍ଥାପନ କରିଅଛ।
153 ରେଶ୍‍। ମୋର କ୍ଲେଶ ବିବେଚନା କର ଓ ମୋତେ ଉଦ୍ଧାର କର; କାରଣ ମୁଁ ତୁମ୍ଭର ବ୍ୟବସ୍ଥା ପାସୋରୁ ନାହିଁ।
154 ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
155 ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ।
156 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର।
157 ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ।
ଗୀତସଂହିତା 119 in ଓଡିଆ ବାଇବେଲ