Text copied!
Bibles in Odia

ଗୀତସଂହିତା 119:154-172 in Odia

Help us?

ଗୀତସଂହିତା 119:154-172 in ଓଡିଆ ବାଇବେଲ

154 ତୁମ୍ଭେ ମୋହର ବିବାଦ ନିଷ୍ପତ୍ତି କର ଓ ମୋତେ ମୁକ୍ତ କର; ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
155 ପରିତ୍ରାଣ ଦୁଷ୍ଟମାନଙ୍କଠାରୁ ଦୂରରେ ଥାଏ; କାରଣ ସେମାନେ ତୁମ୍ଭର ବିଧିସବୁ ଅନୁସନ୍ଧାନ କରନ୍ତି ନାହିଁ।
156 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବହୁବିଧ; ତୁମ୍ଭର ଶାସନାନୁସାରେ ମୋତେ ସଚେତ କର।
157 ମୋହର ତାଡ଼ନାକାରୀ ଓ ବିପକ୍ଷ ଅନେକ; ତଥାପି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୁ ବିମୁଖ ହୋଇ ନାହିଁ।
158 ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।
159 ମୁଁ ତୁମ୍ଭ ବିଧାନସବୁ କିପରି ସ୍ନେହ କରେ, ଏହା ବିବେଚନା କର; ହେ ସଦାପ୍ରଭୁ, ତୁମ୍ଭ ସ୍ନେହପୂର୍ଣ୍ଣ କରୁଣାରେ ମୋତେ ସଚେତ କର।
160 ତୁମ୍ଭର ସମୁଦାୟ ବାକ୍ୟ ସତ୍ୟ ଓ ତୁମ୍ଭର ଧର୍ମମୟ ପ୍ରତ୍ୟେକ ଶାସନ ନିତ୍ୟସ୍ଥାୟୀ।
161 ଶିନ୍‍। ଅଧିପତିମାନେ ଅକାରଣରେ ମୋତେ ତାଡ଼ନା କରିଅଛନ୍ତି; ମାତ୍ର ମୋହର ମନ ତୁମ୍ଭ ବାକ୍ୟରେ ଭୀତ ଥାଏ।
162 କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।
163 ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ।
164 ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।
165 ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।
166 ହେ ସଦାପ୍ରଭୁ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି।
167 ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ।
168 ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି। କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି।
169 ତୌ। ହେ ସଦାପ୍ରଭୁ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର।
170 ମୋ’ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।
171 ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।
172 ମୋ’ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ।
ଗୀତସଂହିତା 119 in ଓଡିଆ ବାଇବେଲ