Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:167-172

Help us?
Click on verse(s) to share them!
167ମୋହର ପ୍ରାଣ ତୁମ୍ଭ ପ୍ରମାଣ-ବାକ୍ୟସବୁ ମାନିଅଛି ଓ ମୁଁ ତାହାସବୁ ଅତିଶୟ ସ୍ନେହ କରେ।
168ମୁଁ ତୁମ୍ଭର ବିଧାନ ଓ ପ୍ରମାଣ-ବାକ୍ୟସବୁ ମାନିଅଛି। କାରଣ ମୋହର ସବୁ ଗତି ତୁମ୍ଭ ସମ୍ମୁଖରେ ଅଛି।
169ତୌ। ହେ ସଦାପ୍ରଭୁ, ମୋହର କାକୂକ୍ତି ତୁମ୍ଭ ନିକଟରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ବୁଦ୍ଧି ପ୍ରଦାନ କର।
170ମୋ’ ନିବେଦନ ତୁମ୍ଭ ସମ୍ମୁଖରେ ଉପସ୍ଥିତ ହେଉ; ତୁମ୍ଭ ବାକ୍ୟାନୁସାରେ ମୋତେ ଉଦ୍ଧାର କର।
171ମୋହର ଓଷ୍ଠାଧର ପ୍ରଶଂସା ଉଚ୍ଚାରଣ କରୁ; କାରଣ ତୁମ୍ଭେ ଆପଣା ବିଧି ମୋତେ ଶିଖାଉଅଛ।
172ମୋ’ ଜିହ୍ୱା ତୁମ୍ଭ ବାକ୍ୟ ବିଷୟ କୀର୍ତ୍ତନ କରୁ; କାରଣ ତୁମ୍ଭର ଆଜ୍ଞାସକଳ ଧର୍ମମୟ।

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:167-172ଗୀତସଂହିତା 119:167-172