Text copied!
Bibles in Odia

ଗୀତସଂହିତା 119:33-48 in Odia

Help us?

ଗୀତସଂହିତା 119:33-48 in ଓଡିଆ ବାଇବେଲ

33 ହେ। ହେ ସଦାପ୍ରଭୁ, ତୁମ୍ଭର ବିଧିରୂପ ପଥ ମୋତେ ଶିଖାଅ; ତହିଁରେ ମୁଁ ଶେଷ ପର୍ଯ୍ୟନ୍ତ ତାହା ପାଳନ କରିବି।
34 ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।
35 ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ।
36 ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋ’ ଚିତ୍ତର ସ୍ନେହ ଜନ୍ମାଅ।
37 ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।
38 ତୁମ୍ଭ ଦାସ ପକ୍ଷରେ ତୁମ୍ଭର ବାକ୍ୟ ସ୍ଥିର କର, ତାହା ତୁମ୍ଭ ବିଷୟକ ଭୟ-ସଂଯୁକ୍ତ।
39 ମୋହର ଭୟଜନକ ନିନ୍ଦା ଦୂର କର; କାରଣ ତୁମ୍ଭର ଶାସନସକଳ ଉତ୍ତମ।
40 ଦେଖ, ମୁଁ ତୁମ୍ଭ ବିଧାନସକଳର ଆକାଂକ୍ଷା କରିଅଛି; ତୁମ୍ଭ ଧର୍ମରେ ମୋତେ ସଚେତ କର।
41 ବୌ। ହେ ସଦାପ୍ରଭୁ, ତୁମ୍ଭ ଦୟା, ଅର୍ଥାତ୍‍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋ’ ପ୍ରତି ବର୍ତ୍ତୁ।
42 ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ।
43 ପୁଣି, ମୋ’ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି।
44 ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି।
45 ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।
46 ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।
47 ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।
48 ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି।
ଗୀତସଂହିତା 119 in ଓଡିଆ ବାଇବେଲ