Text copied!
Bibles in Odia

ଗୀତସଂହିତା 119:42-69 in Odia

Help us?

ଗୀତସଂହିତା 119:42-69 in ଓଡିଆ ବାଇବେଲ

42 ତହିଁରେ ମୁଁ ଆପଣା ନିନ୍ଦକକୁ ଉତ୍ତର ଦେବି; କାରଣ ମୁଁ ତୁମ୍ଭ ବାକ୍ୟରେ ନିର୍ଭର ରଖେ।
43 ପୁଣି, ମୋ’ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି।
44 ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି।
45 ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି।
46 ଆହୁରି, ମୁଁ ରାଜାମାନଙ୍କ ସାକ୍ଷାତରେ ତୁମ୍ଭର ପ୍ରମାଣ-ବାକ୍ୟ ବିଷୟ କହିବି ଓ ଲଜ୍ଜିତ ନୋହିବି।
47 ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।
48 ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି।
49 ସୟିନ୍‍। ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।
50 ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।
51 ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।
52 ହେ ସଦାପ୍ରଭୁ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି।
53 ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।
54 ମୋ’ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
55 ହେ ସଦାପ୍ରଭୁ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।
56 ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି।
57 ହେତ୍‍। ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।
58 ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋ’ ପ୍ରତି ଦୟାଳୁ ହୁଅ।
59 ମୁଁ ଆପଣା ଗତିସବୁ ବିବେଚନା କଲି ଓ ତୁମ୍ଭ ପ୍ରମାଣ-ବାକ୍ୟ ଆଡ଼େ ଆପଣା ପାଦ ଫେରାଇଲି।
60 ତୁମ୍ଭର ଆଜ୍ଞାସବୁ ପାଳିବାକୁ ସତ୍ୱର ହେଲି ଓ ବିଳମ୍ବ କଲି ନାହିଁ।
61 ଦୁଷ୍ଟମାନଙ୍କର ରଜ୍ଜୁ ମୋ’ ଚାରିଆଡ଼େ ଜଡ଼ିତ ହେଲା; ମାତ୍ର ମୁଁ ତୁମ୍ଭର ବ୍ୟବସ୍ଥା ପାସୋରି ନାହିଁ।
62 ତୁମ୍ଭର ଧର୍ମମୟ ଶାସନ ସକାଶୁ ତୁମ୍ଭଙ୍କୁ ଧନ୍ୟବାଦ ଦେବା ପାଇଁ ମୁଁ ଅର୍ଦ୍ଧରାତ୍ରରେ ଉଠିବି।
63 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।
64 ହେ ସଦାପ୍ରଭୁ, ପୃଥିବୀ ତୁମ୍ଭ ଦୟାରେ ପରିପୂର୍ଣ୍ଣ; ତୁମ୍ଭ ବିଧିସବୁ ମୋତେ ଶିଖାଅ।
65 ଟେଟ୍‍। ହେ ସଦାପ୍ରଭୁ, ତୁମ୍ଭେ ଆପଣା ବାକ୍ୟାନୁସାରେ ନିଜ ଦାସ ପ୍ରତି ମଙ୍ଗଳ ବ୍ୟବହାର କରିଅଛ।
66 ମୋତେ ଉତ୍ତମ ବିଚାର ଓ ଜ୍ଞାନ ଶିଖାଅ। କାରଣ ମୁଁ ତୁମ୍ଭ ଆଜ୍ଞାସମୂହରେ ବିଶ୍ୱାସ କରିଅଛି।
67 ଦୁଃଖଗ୍ରସ୍ତ ହେବା ପୂର୍ବରେ ମୁଁ ବିପଥରେ ଗଲି; ମାତ୍ର ଏବେ ମୁଁ ତୁମ୍ଭ ବାକ୍ୟ ପାଳନ କରେ।
68 ତୁମ୍ଭେ ମଙ୍ଗଳମୟ ଓ ମଙ୍ଗଳକାରୀ; ମୋତେ ତୁମ୍ଭ ବିଧିସବୁ ଶିଖାଅ।
69 ଅହଙ୍କାରୀମାନେ ମୋ’ ବିରୁଦ୍ଧରେ ମିଥ୍ୟାକଥା କଳ୍ପନା କରିଅଛନ୍ତି; ମୁଁ ସର୍ବାନ୍ତଃକରଣରେ ତୁମ୍ଭର ବିଧାନସବୁ ପାଳନ କରିବି।
ଗୀତସଂହିତା 119 in ଓଡିଆ ବାଇବେଲ