Text copied!
Bibles in Odia

ଗୀତସଂହିତା 119:47-58 in Odia

Help us?

ଗୀତସଂହିତା 119:47-58 in ଓଡିଆ ବାଇବେଲ

47 ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି।
48 ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି।
49 ସୟିନ୍‍। ତୁମ୍ଭେ ମୋତେ ଭରସାଯୁକ୍ତ କରିଅଛ, ଏଣୁ ତୁମ୍ଭେ ଆପଣା ଦାସ ପକ୍ଷରେ ବାକ୍ୟ ସ୍ମରଣ କର।
50 ଦୁଃଖ ସମୟରେ ଏହା ହିଁ ମୋହର ସାନ୍ତ୍ୱନା; କାରଣ ତୁମ୍ଭର ବାକ୍ୟ ମୋତେ ସଚେତ କରିଅଛି।
51 ଅହଙ୍କାରୀମାନେ ମୋତେ ଅତିଶୟ ପରିହାସ କରିଅଛନ୍ତି, ତଥାପି ମୁଁ ତୁମ୍ଭ ବ୍ୟବସ୍ଥାରୁ ବିମୁଖ ହୋଇ ନାହିଁ।
52 ହେ ସଦାପ୍ରଭୁ, ମୁଁ ପୂର୍ବକାଳୀନ ତୁମ୍ଭ ଶାସନସବୁ ସ୍ମରଣ କରି ଆପଣାକୁ ସାନ୍ତ୍ୱନାଯୁକ୍ତ କରିଅଛି।
53 ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।
54 ମୋ’ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।
55 ହେ ସଦାପ୍ରଭୁ, ମୁଁ ରାତ୍ରିକାଳରେ ତୁମ୍ଭର ନାମ ସ୍ମରଣ କରିଅଛି ଓ ତୁମ୍ଭର ବ୍ୟବସ୍ଥା ପାଳନ କରିଅଛି।
56 ତୁମ୍ଭର ବିଧାନସବୁ ପାଳନ କରିବା ସକାଶୁ ମୁଁ ଏହି ଫଳ ପ୍ରାପ୍ତ ହୋଇଅଛି।
57 ହେତ୍‍। ସଦାପ୍ରଭୁ ମୋହର ଅଂଶ; ମୁଁ ତୁମ୍ଭର ବାକ୍ୟସବୁ ପାଳନ କରିବି ବୋଲି କହିଅଛି।
58 ମୁଁ ସର୍ବାନ୍ତଃକରଣରେ ତୁମ୍ଭର ଅନୁଗ୍ରହ ପ୍ରାର୍ଥନା କଲି; ଆପଣା ବାକ୍ୟାନୁସାରେ ମୋ’ ପ୍ରତି ଦୟାଳୁ ହୁଅ।
ଗୀତସଂହିତା 119 in ଓଡିଆ ବାଇବେଲ