Text copied!
Bibles in Odia

ଗୀତସଂହିତା 119:70-78 in Odia

Help us?

ଗୀତସଂହିତା 119:70-78 in ଓଡିଆ ବାଇବେଲ

70 ସେମାନଙ୍କ ଅନ୍ତଃକରଣ ମେଦ ପରି ସ୍ଥୂଳ ମାତ୍ର ମୁଁ ତୁମ୍ଭ ବ୍ୟବସ୍ଥାରେ ଆମୋଦ କରେ।
71 ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋ’ ପକ୍ଷରେ ଭଲ ହେଲା।
72 ହଜାର ହଜାର ସୁନା ଓ ରୂପା ଅପେକ୍ଷା ତୁମ୍ଭ ମୁଖର ବ୍ୟବସ୍ଥା ମୋ’ ପ୍ରତି ଉତ୍ତମ।
73 ଇୟୂଦ୍‍। ତୁମ୍ଭ ହସ୍ତ ମୋତେ ନିର୍ମାଣ ଓ ମୂର୍ତ୍ତିମାନ କରିଅଛି; ମୁଁ ଯେପରି ତୁମ୍ଭର ଆଜ୍ଞାସବୁ ପାଳନ କରିବି, ଏଥିପାଇଁ ମୋତେ ସୁବିବେଚନା ପ୍ରଦାନ କର।
74 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋତେ ଦେଖି ଆନନ୍ଦିତ ହେବେ; କାରଣ ମୁଁ ତୁମ୍ଭ ବାକ୍ୟରେ ଭରସା ରଖିଅଛି।
75 ହେ ସଦାପ୍ରଭୁ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।
76 ମୁଁ ପ୍ରାର୍ଥନା କରୁଅଛି, ତୁମ୍ଭ ଦାସ ପ୍ରତି ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ମୋହର ସାନ୍ତ୍ୱନାଜନକ ହେଉ।
77 ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋ’ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ।
78 ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି।
ଗୀତସଂହିତା 119 in ଓଡିଆ ବାଇବେଲ