77ମୁଁ ଯେପରି ବଞ୍ଚିବି, ଏଥିପାଇଁ ମୋ’ ପ୍ରତି ତୁମ୍ଭର କରୁଣା ବର୍ତ୍ତୁ; କାରଣ ତୁମ୍ଭର ବ୍ୟବସ୍ଥା ମୋହର ଆନନ୍ଦଜନକ।
78ଅହଙ୍କାରୀମାନେ ଲଜ୍ଜିତ ହେଉନ୍ତୁ; କାରଣ ସେମାନେ ଅନ୍ୟାୟରେ ମୋହର ସର୍ବନାଶ କରିଅଛନ୍ତି; ମାତ୍ର ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି।
79ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି, ସେମାନେ ମୋ’ କତିକି ଫେରନ୍ତୁ, ତହିଁରେ ସେମାନେ ତୁମ୍ଭର ପ୍ରମାଣ-ବାକ୍ୟ ଜ୍ଞାତସାର ହେବେ।
80ମୁଁ ଯେପରି ଲଜ୍ଜିତ ନୋହିବି, ଏଥିପାଇଁ ତୁମ୍ଭ ବିଧିସବୁରେ ମୋ’ ଅନ୍ତଃକରଣ ସିଦ୍ଧ ହେଉ।
81କଫ୍। ତୁମ୍ଭ ପରିତ୍ରାଣ ପାଇଁ ମୋ’ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।