Text copied!
Bibles in Odia

ଗୀତସଂହିତା 119:81-89 in Odia

Help us?

ଗୀତସଂହିତା 119:81-89 in ଓଡିଆ ବାଇବେଲ

81 କଫ୍‍। ତୁମ୍ଭ ପରିତ୍ରାଣ ପାଇଁ ମୋ’ ପ୍ରାଣ କ୍ଷୀଣ ହୁଏ; ମାତ୍ର ମୁଁ ତୁମ୍ଭ ବାକ୍ୟରେ ଭରସା ରଖେ।
82 ତୁମ୍ଭେ କେବେ ମୋତେ ସାନ୍ତ୍ୱନା କରିବ ? ଏହା କହି କହି ତୁମ୍ଭ ବାକ୍ୟ ପାଇଁ ମୋହର ଚକ୍ଷୁ କ୍ଷୀଣ ହୁଏ।
83 କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।
84 ତୁମ୍ଭ ଦାସ କେତେ ଦିନ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଅପେକ୍ଷା କରିବ ? ତୁମ୍ଭେ କେବେ ମୋ’ ତାଡ଼ନାକାରୀମାନଙ୍କର ବିଚାର କରିବ ?
85 ଅହଙ୍କାରୀମାନେ ମୋ’ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହଁନ୍ତି।
86 ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।
87 ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।
88 ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି।
89 ଲାମଦ୍‍। ହେ ସଦାପ୍ରଭୁ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।
ଗୀତସଂହିତା 119 in ଓଡିଆ ବାଇବେଲ