89 ଲାମଦ୍। ହେ ସଦାପ୍ରଭୁ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।
90 ତୁମ୍ଭର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ସ୍ଥାୟୀ; ତୁମ୍ଭେ ପୃଥିବୀକୁ ସଂସ୍ଥାପନ କରିଅଛ ଓ ତାହା ସୁସ୍ଥିର ଥାଏ।
91 ତୁମ୍ଭ ଶାସନାନୁସାରେ ଅଦ୍ୟାପି ସକଳ ସୁସ୍ଥିର; କାରଣ ସମସ୍ତେ ତୁମ୍ଭର ଦାସ।
92 ତୁମ୍ଭର ବ୍ୟବସ୍ଥା ମୋହର ଆହ୍ଲାଦଜନକ ହୋଇ ନ ଥିଲେ, ମୁଁ ଆପଣା ଦୁଃଖରେ ବିନଷ୍ଟ ହୋଇଥା’ନ୍ତି।
93 ତୁମ୍ଭର ବିଧାନସବୁ ମୁଁ କେବେ ପାସୋରିବି ନାହିଁ; କାରଣ ତଦ୍ଦ୍ୱାରା ତୁମ୍ଭେ ମୋତେ ସଚେତ କରିଅଛ।
94 ମୋତେ ତ୍ରାଣ କର, ମୁଁ ତୁମ୍ଭର; କାରଣ ମୁଁ ତୁମ୍ଭର ବିଧାନସବୁ ଅନ୍ୱେଷଣ କରିଅଛି।