Text copied!
Bibles in Odia

ଗୀତସଂହିତା 119:96-112 in Odia

Help us?

ଗୀତସଂହିତା 119:96-112 in ଓଡିଆ ବାଇବେଲ

96 ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ।
97 ମେମ୍‍। ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।
98 ତୁମ୍ଭ ଆଜ୍ଞାସବୁ ମୋତେ ମୋ’ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋ’ ସଙ୍ଗେ ଥାଏ।
99 ମୋହର ସମସ୍ତ ଗୁରୁ ଅପେକ୍ଷା ମୋ’ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
100 ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ। ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି।
101 ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି।
102 ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ।
103 ମୋ’ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର ! ହଁ, ମୋ’ ମୁଖକୁ ତାହା ମଧୁ ଅପେକ୍ଷା ମଧୁର !
104 ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
105 ନୂନ୍‍। ତୁମ୍ଭ ବାକ୍ୟ ମୋ’ ଚରଣ ପାଇଁ ପ୍ରଦୀପ ଓ ମୋ’ ପଥ ପାଇଁ ଆଲୁଅ ଅଟେ।
106 ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।
107 ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୁ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
108 ହେ ସଦାପ୍ରଭୁ, ନିବେଦନ କରୁଅଛି, ମୋ’ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।
109 ମୋ’ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।
110 ଦୁଷ୍ଟମାନେ ମୋ’ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।
111 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋ’ ଚିତ୍ତର ଆହ୍ଲାଦଜନକ।
112 ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି।
ଗୀତସଂହିତା 119 in ଓଡିଆ ବାଇବେଲ