Text copied!
Bibles in Odia

ଗୀତସଂହିତା 119:96-131 in Odia

Help us?

ଗୀତସଂହିତା 119:96-131 in ଓଡିଆ ବାଇବେଲ

96 ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ।
97 ମେମ୍‍। ମୁଁ ତୁମ୍ଭର ବ୍ୟବସ୍ଥାକୁ କିପରି ପ୍ରିୟ ମଣେ। ତାହା ସାରାଦିନ ମୋହର ଧ୍ୟାନ।
98 ତୁମ୍ଭ ଆଜ୍ଞାସବୁ ମୋତେ ମୋ’ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋ’ ସଙ୍ଗେ ଥାଏ।
99 ମୋହର ସମସ୍ତ ଗୁରୁ ଅପେକ୍ଷା ମୋ’ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
100 ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ। ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି।
101 ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି।
102 ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ।
103 ମୋ’ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର ! ହଁ, ମୋ’ ମୁଖକୁ ତାହା ମଧୁ ଅପେକ୍ଷା ମଧୁର !
104 ତୁମ୍ଭ ବିଧାନ ଦ୍ୱାରା ମୁଁ ବୁଦ୍ଧି ପ୍ରାପ୍ତ ହୁଏ; ଏଥିପାଇଁ ମୁଁ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
105 ନୂନ୍‍। ତୁମ୍ଭ ବାକ୍ୟ ମୋ’ ଚରଣ ପାଇଁ ପ୍ରଦୀପ ଓ ମୋ’ ପଥ ପାଇଁ ଆଲୁଅ ଅଟେ।
106 ମୁଁ ତୁମ୍ଭର ଧର୍ମମୟ ଶାସନସବୁ ପାଳିବା ପାଇଁ ଶପଥ କରିଅଛି ଓ ତାହା ସ୍ଥିର କରିଅଛି।
107 ମୁଁ ଅତ୍ୟନ୍ତ ଦୁଃଖିତ ଅଛି; ହେ ସଦାପ୍ରଭୁ, ତୁମ୍ଭ ବାକ୍ୟାନୁସାରେ ମୋତେ ସଚେତ କର।
108 ହେ ସଦାପ୍ରଭୁ, ନିବେଦନ କରୁଅଛି, ମୋ’ ମୁଖର ସ୍ୱେଚ୍ଛାଦତ୍ତ ଉପହାର ଗ୍ରହଣ କର ଓ ତୁମ୍ଭର ଶାସନସବୁ ମୋତେ ଶିଖାଅ।
109 ମୋ’ ପ୍ରାଣ ନିରନ୍ତର ବିପଦରେ ଥାଏ; ତେବେ ହେଁ ମୁଁ ତୁମ୍ଭ ବ୍ୟବସ୍ଥା ପାସୋରୁ ନାହିଁ।
110 ଦୁଷ୍ଟମାନେ ମୋ’ ପାଇଁ ଫାନ୍ଦ ପାତିଅଛନ୍ତି; ତଥାପି ମୁଁ ତୁମ୍ଭ ବିଧାନରୁ ବିପଥଗାମୀ ହେଲି ନାହିଁ।
111 ମୁଁ ତୁମ୍ଭ ପ୍ରମାଣ-ବାକ୍ୟସକଳକୁ ସଦାକାଳ ଅଧିକାର ରୂପେ ଗ୍ରହଣ କରିଅଛି; କାରଣ ତାହାସବୁ ମୋ’ ଚିତ୍ତର ଆହ୍ଲାଦଜନକ।
112 ମୁଁ ଶେଷ ପର୍ଯ୍ୟନ୍ତ ସର୍ବଦା ତୁମ୍ଭର ବିଧିସବୁ ପାଳନ କରିବା ପାଇଁ ଆପଣା ମନକୁ ପ୍ରବର୍ତ୍ତାଇଅଛି।
113 ସାମକ୍‍। ମୁଁ ଦ୍ୱିମନାମାନଙ୍କୁ ଘୃଣା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ପ୍ରିୟ ଜ୍ଞାନ କରେ।
114 ତୁମ୍ଭେ ମୋ’ ଲୁଚିବାର ସ୍ଥାନ ଓ ମୋହର ଢାଲ; ମୁଁ ତୁମ୍ଭ ବାକ୍ୟରେ ଭରସା କରେ।
115 ହେ କୁକର୍ମକାରୀମାନେ, ମୁଁ ଯେପରି ଆପଣା ପରମେଶ୍ୱରଙ୍କ ଆଜ୍ଞାସବୁ ପାଳି ପାରିବି, ଏଥିପାଇଁ ମୋ’ ନିକଟରୁ ଦୂର ହୁଅ।
116 ମୁଁ ଯେପରି ବଞ୍ଚିବି, ଏଥିପାଇଁ ତୁମ୍ଭ ବାକ୍ୟାନୁସାରେ ମୋତେ ଧରି ରଖ ଓ ମୋ’ ଭରସା ବିଷୟରେ ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ।
117 ତୁମ୍ଭେ ମୋତେ ଧରି ରଖ, ତହିଁରେ ମୁଁ ଆପଦରହିତ ହେବି ଓ ତୁମ୍ଭ ବିଧିସବୁ ସର୍ବଦା ମାନ୍ୟ କରିବି।
118 ତୁମ୍ଭ ବିଧିରୁ ଭ୍ରାନ୍ତ ସମସ୍ତଙ୍କୁ ତୁମ୍ଭେ ତୁଚ୍ଛ ଜ୍ଞାନ କରିଅଛ; କାରଣ ସେମାନଙ୍କ ପ୍ରବଞ୍ଚନା ମିଥ୍ୟା।
119 ତୁମ୍ଭେ ପୃଥିବୀସ୍ଥ ଦୁଷ୍ଟସମସ୍ତଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ।
120 ତୁମ୍ଭ ଭୟ ସକାଶୁ ମୋ’ ଶରୀର କମ୍ପିତ ହୁଏ ଓ ତୁମ୍ଭ ଶାସନ ବିଷୟରେ ମୁଁ ଭୀତ ହୁଏ।
121 ଅଇନ୍‍। ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି; ମୋ’ ଉପଦ୍ରବୀମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
122 ମଙ୍ଗଳ ନିମନ୍ତେ ଆପଣା ଦାସର ଲଗା ହୁଅ; ଅହଙ୍କାରୀମାନଙ୍କୁ ମୋ’ ପ୍ରତି ଉପଦ୍ରବ କରିବାକୁ ଦିଅ ନାହିଁ।
123 ତୁମ୍ଭର ପରିତ୍ରାଣ ଓ ତୁମ୍ଭର ଧର୍ମମୟ ବାକ୍ୟ ନିମନ୍ତେ ମୋହର ଚକ୍ଷୁ କ୍ଷୀଣ ହେଉଅଛି।
124 ତୁମ୍ଭ ଦୟାନୁସାରେ ଆପଣା ଦାସ ପ୍ରତି ବ୍ୟବହାର କର ଓ ତୁମ୍ଭର ବିଧି ମୋତେ ଶିଖାଅ।
125 ମୁଁ ତୁମ୍ଭର ଦାସ, ଯେପରି ମୁଁ ତୁମ୍ଭର ପ୍ରମାଣ-ବାକ୍ୟସକଳ ଜ୍ଞାତ ହେବି, ଏଥିପାଇଁ ମୋତେ ବୁଦ୍ଧି ଦିଅ।
126 ସଦାପ୍ରଭୁଙ୍କର କାର୍ଯ୍ୟ କରିବାର ସମୟ ଏହି; କାରଣ ଲୋକମାନେ ତୁମ୍ଭ ବ୍ୟବସ୍ଥା ବ୍ୟର୍ଥ କରିଅଛନ୍ତି।
127 ଏହେତୁ ମୁଁ ସୁବର୍ଣ୍ଣ ଓ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ତୁମ୍ଭ ଆଜ୍ଞାସମୂହକୁ ସ୍ନେହ କରେ।
128 ଏଣୁ ମୁଁ ସବୁ ବିଷୟରେ ତୁମ୍ଭର ସକଳ ବିଧାନ ଯଥାର୍ଥ ଜ୍ଞାନ କରେ ଓ ପ୍ରତ୍ୟେକ ମିଥ୍ୟାପଥ ଘୃଣା କରେ।
129 ପେ। ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋ’ ପ୍ରାଣ ତାହାସବୁ ପାଳନ କରେ।
130 ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ।
131 ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚା କରି ଫିଟାଇ ପକାଇଲି।
ଗୀତସଂହିତା 119 in ଓଡିଆ ବାଇବେଲ