Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 119

ଗୀତସଂହିତା 119:98-103

Help us?
Click on verse(s) to share them!
98ତୁମ୍ଭ ଆଜ୍ଞାସବୁ ମୋତେ ମୋ’ ଶତ୍ରୁଗଣଠାରୁ ଅଧିକ ଜ୍ଞାନବାନ କରେ; କାରଣ ତାହାସବୁ ନିରନ୍ତର ମୋ’ ସଙ୍ଗେ ଥାଏ।
99ମୋହର ସମସ୍ତ ଗୁରୁ ଅପେକ୍ଷା ମୋ’ ବୁଦ୍ଧି ଅଧିକ; କାରଣ ତୁମ୍ଭର ପ୍ରମାଣ-ବାକ୍ୟସବୁ ମୋହର ଧ୍ୟାନ।
100ମୁଁ ପ୍ରାଚୀନମାନଙ୍କ ଅପେକ୍ଷା ଅଧିକ ବୁଝେ। ଯେଣୁ ମୁଁ ତୁମ୍ଭର ବିଧାନସବୁ ପାଳନ କରିଅଛି।
101ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି।
102ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ।
103ମୋ’ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର ! ହଁ, ମୋ’ ମୁଖକୁ ତାହା ମଧୁ ଅପେକ୍ଷା ମଧୁର !

Read ଗୀତସଂହିତା 119ଗୀତସଂହିତା 119
Compare ଗୀତସଂହିତା 119:98-103ଗୀତସଂହିତା 119:98-103