Text copied!
Bibles in Odia

ଗୀତସଂହିତା 122:1-7 in Odia

Help us?

ଗୀତସଂହିତା 122:1-7 in ଓଡିଆ ବାଇବେଲ

1 ଆରୋହଣ ଗୀତ; ଦାଉଦଙ୍କ ରଚିତ। “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।
2 ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;
3 ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;
4 ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି।
5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।
6 ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର; ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।
7 ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।
ଗୀତସଂହିତା 122 in ଓଡିଆ ବାଇବେଲ