Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା

ଗୀତସଂହିତା 125

Help us?
Click on verse(s) to share them!
1ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
2ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।
3କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।
4ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।
5ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।