1ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
2ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।
3କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।