3ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।
4ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।
5ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।
6ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।