3ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।
4ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।
5ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।