Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 129

ଗୀତସଂହିତା 129:1-6

Help us?
Click on verse(s) to share them!
1ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା ଆରୋହଣ-ଗୀତ। “ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,” ଇସ୍ରାଏଲ ଏବେ କୁହନ୍ତୁ;
2“ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି।
3କୃଷକମାନେ ମୋ’ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ।
4ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।”
5ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।
6ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;

Read ଗୀତସଂହିତା 129ଗୀତସଂହିତା 129
Compare ଗୀତସଂହିତା 129:1-6ଗୀତସଂହିତା 129:1-6