4ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।”
5ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।
6ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ;
7ଯଦ୍ଦ୍ୱାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ।
8“କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।