Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 12

ଗୀତସଂହିତା 12:2-7

Help us?
Click on verse(s) to share them!
2ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।
3ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ;
4ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ?
5ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।
6ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ।
7ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ।

Read ଗୀତସଂହିତା 12ଗୀତସଂହିତା 12
Compare ଗୀତସଂହିତା 12:2-7ଗୀତସଂହିତା 12:2-7