Text copied!
Bibles in Odia

ଗୀତସଂହିତା 12:2-7 in Odia

Help us?

ଗୀତସଂହିତା 12:2-7 in ଓଡିଆ ବାଇବେଲ

2 ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।
3 ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ;
4 ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ?
5 ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।
6 ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ।
7 ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ରକ୍ଷା କରିବ, ତୁମ୍ଭେ ବର୍ତ୍ତମାନ ଲୋକମାନଙ୍କଠାରୁ ସେମାନଙ୍କୁ ସଦାକାଳ ଉଦ୍ଧାର କରିବ।
ଗୀତସଂହିତା 12 in ଓଡିଆ ବାଇବେଲ