3ସଦାପ୍ରଭୁ ଚାଟୁବାଦୀ ଓଷ୍ଠାଧରସବୁ ଓ ଦର୍ପବାଦୀ ଜିହ୍ୱା ଉଚ୍ଛିନ୍ନ କରିବେ;
4ସେମାନେ କହନ୍ତି, ଆମ୍ଭେମାନେ ଜିହ୍ୱା ଦ୍ୱାରା ପ୍ରବଳ ହେବା; ଆମ୍ଭମାନଙ୍କ ଓଷ୍ଠାଧର ଆମ୍ଭମାନଙ୍କ ନିଜର; ଆମ୍ଭମାନଙ୍କ ଉପରେ କର୍ତ୍ତା କିଏ ?
5ଦୁଃଖୀଲୋକ ଲୁଟିତ ହେବାରୁ, ଦୀନହୀନ କାତରୋକ୍ତି କରିବାରୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏବେ ଉଠିବା; ସେମାନେ ଯାହା ପ୍ରତି ଫୁତ୍କାର କରନ୍ତି, ତାହାକୁ ଆମ୍ଭେ ନିରାପଦରେ ରଖିବା।
6ସଦାପ୍ରଭୁଙ୍କ ବାକ୍ୟସବୁ ନିର୍ମଳ ବାକ୍ୟ, ତାହା ମୃତ୍ତିକାର ଉହ୍ମାଇରେ ପରୀକ୍ଷିତ ସାତ ଥର ପରିଷ୍କୃତ ରୂପା ତୁଲ୍ୟ।