Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା

ଗୀତସଂହିତା 13

Help us?
Click on verse(s) to share them!
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ?
2ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି ? କେତେ କାଳ ମୋ’ ଶତ୍ରୁ ମୋ’ ଉପରେ ଉଚ୍ଚୀକୃତ ହେବ ?
3ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;
4କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।
5ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
6ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।