13କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
14ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
15ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।
16ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।