2ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା;
3“ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ,
4ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ।
5ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
6ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।