5ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।”
6ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
7ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
8ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
9ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।