Text copied!
Bibles in Odia

ଗୀତସଂହିତା 132:6-12 in Odia

Help us?

ଗୀତସଂହିତା 132:6-12 in ଓଡିଆ ବାଇବେଲ

6 ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
7 ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
8 ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।
10 ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ।
11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।
12 ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”
ଗୀତସଂହିତା 132 in ଓଡିଆ ବାଇବେଲ