Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 132

ଗୀତସଂହିତା 132:6-18

Help us?
Click on verse(s) to share them!
6ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ।
7ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
8ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
9ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।
10ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ।
11ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।
12ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।”
13କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି।
14ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ।
15ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।
16ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।
17ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।
18ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।

Read ଗୀତସଂହିତା 132ଗୀତସଂହିତା 132
Compare ଗୀତସଂହିତା 132:6-18ଗୀତସଂହିତା 132:6-18