7ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା।
8ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର।
9ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ।
10ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ।
11ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ ତୁମ୍ଭ ସିଂହାସନରେ ବସାଇବା।