Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 135

ଗୀତସଂହିତା 135:1-13

Help us?
Click on verse(s) to share them!
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ତୁମ୍ଭେମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କର; ହେ ସଦାପ୍ରଭୁଙ୍କ ଦାସମାନେ, ତାହାଙ୍କର ପ୍ରଶଂସା କର।
2ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ସେବା କରୁଥାଅ ଯେ ତୁମ୍ଭେମାନେ
3ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ନାମ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; କାରଣ ତାହା ମନୋହର।
4ଯେହେତୁ ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ଓ ନିଜର ସଞ୍ଚିତ ଧନ ରୂପେ ଇସ୍ରାଏଲକୁ ମନୋନୀତ କରିଅଛନ୍ତି।
5କାରଣ ମୁଁ ଜାଣେ, ସଦାପ୍ରଭୁ ମହାନ ଓ ଆମ୍ଭମାନଙ୍କ ପ୍ରଭୁ ସକଳ ଦେବତାଗଣ ଅପେକ୍ଷା ଶ୍ରେଷ୍ଠ।
6ଆକାଶରେ ଓ ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ ସଦାପ୍ରଭୁ ଯାହା ଇଚ୍ଛା କଲେ, ତାହା କରିଅଛନ୍ତି।
7ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉଠାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ଉତ୍ପନ୍ନ କରନ୍ତି; ସେ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
8ସେ ମିସରର ପ୍ରଥମଜାତ ମନୁଷ୍ୟ ଓ ପଶୁ ଉଭୟକୁ ସଂହାର କଲେ।
9ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ।
10ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,
11ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।
12ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।
13ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ।

Read ଗୀତସଂହିତା 135ଗୀତସଂହିତା 135
Compare ଗୀତସଂହିତା 135:1-13ଗୀତସଂହିତା 135:1-13