11ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।
12ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।
13ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ।
14ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
15ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।