13ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ।
14ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
15ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
16ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;
17ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ।
18ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।