Text copied!
Bibles in Odia

ଗୀତସଂହିତା 135:9-21 in Odia

Help us?

ଗୀତସଂହିତା 135:9-21 in ଓଡିଆ ବାଇବେଲ

9 ହେ ମିସର, ସେ ତୁମ୍ଭ ମଧ୍ୟକୁ, ଫାରୋ ପ୍ରତିକୂଳରେ, ତାହାର ଦାସଗଣ ପ୍ରତିକୂଳରେ ନାନା ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ପ୍ରେରଣ କଲେ।
10 ସେ ଅନେକ ଗୋଷ୍ଠୀଙ୍କୁ ସଂହାର କଲେ, ପରାକ୍ରାନ୍ତ ରାଜାମାନଙ୍କୁ,
11 ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ବାଶନର ରାଜା ଓଗ୍‍କୁ, ଆଉ କିଣାନର ସକଳ ରାଜ୍ୟକୁ ବଧ କଲେ।
12 ପୁଣି, ସେମାନଙ୍କର ଦେଶ ଅଧିକାର ନିମନ୍ତେ ଦେଲେ, ଆପଣା ଲୋକ ଇସ୍ରାଏଲକୁ ଅଧିକାରାର୍ଥେ ଦେଲେ।
13 ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳସ୍ଥାୟୀ; ହେ ସଦାପ୍ରଭୁ, ତୁମ୍ଭ ସ୍ମରଣ ପୁରୁଷ ପରମ୍ପରାରେ ଥାଏ।
14 ଯେହେତୁ ସଦାପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।
15 ଅନ୍ୟ ଦେଶୀୟମାନଙ୍କ ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
16 ସେମାନଙ୍କର ମୁଖ ଅଛି, ମାତ୍ର ସେମାନେ କଥା କହନ୍ତି ନାହିଁ, ସେମାନଙ୍କର ଚକ୍ଷୁ ଅଛି, ମାତ୍ର ସେମାନେ ଦେଖନ୍ତି ନାହିଁ;
17 ସେମାନଙ୍କର କର୍ଣ୍ଣ ଅଛି, ମାତ୍ର ସେମାନେ ଶୁଣନ୍ତି ନାହିଁ; କିଅବା ସେମାନଙ୍କ ମୁଖରେ ନିଶ୍ୱାସପ୍ରଶ୍ୱାସ ନାହିଁ।
18 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କ ଠାରେ ନିର୍ଭରକାରୀ ପ୍ରତ୍ୟେକେ ସେମାନଙ୍କ ତୁଲ୍ୟ ହେବେ।
19 ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ହାରୋଣ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର;
20 ହେ ଲେବୀ-ବଂଶ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। ହେ ସଦାପ୍ରଭୁଙ୍କ ଭୟକାରୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
21 ଯିରୂଶାଲମବାସୀ ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହେଉନ୍ତୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ଗୀତସଂହିତା 135 in ଓଡିଆ ବାଇବେଲ