Text copied!
Bibles in Odia

ଗୀତସଂହିତା 136:1-25 in Odia

Help us?

ଗୀତସଂହିତା 136:1-25 in ଓଡିଆ ବାଇବେଲ

1 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
3 ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
4 ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
5 ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
6 ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
8 ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
9 ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
11 ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
12 ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
14 ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
15 ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
16 ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
17 ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
18 ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19 ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20 ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21 ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
22 ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23 ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
25 ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
ଗୀତସଂହିତା 136 in ଓଡିଆ ବାଇବେଲ