Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 136

ଗୀତସଂହିତା 136:11-23

Help us?
Click on verse(s) to share them!
11ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
12ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
13ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
14ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
15ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
16ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
17ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
18ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
22ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Read ଗୀତସଂହିତା 136ଗୀତସଂହିତା 136
Compare ଗୀତସଂହିତା 136:11-23ଗୀତସଂହିତା 136:11-23