Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 136

ଗୀତସଂହିତା 136:17-26

Help us?
Click on verse(s) to share them!
17ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
18ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
22ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
24ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
25ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
26ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Read ଗୀତସଂହିତା 136ଗୀତସଂହିତା 136
Compare ଗୀତସଂହିତା 136:17-26ଗୀତସଂହିତା 136:17-26