Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 136

ଗୀତସଂହିତା 136:2-12

Help us?
Click on verse(s) to share them!
2ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
3ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
4ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
5ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
6ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
7ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
8ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
9ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
10ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
11ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
12ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Read ଗୀତସଂହିତା 136ଗୀତସଂହିତା 136
Compare ଗୀତସଂହିତା 136:2-12ଗୀତସଂହିତା 136:2-12