5ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
6ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
7ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
8ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
9ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
10ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।