Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 137

ଗୀତସଂହିତା 137:1-7

Help us?
Click on verse(s) to share them!
1ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।
2ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା ଆପଣା ବୀଣା ଟଙ୍ଗାଇ ରଖିଲୁ।
3କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
4ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା ?
5ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ।
6ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ।
7ହେ ସଦାପ୍ରଭୁ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”

Read ଗୀତସଂହିତା 137ଗୀତସଂହିତା 137
Compare ଗୀତସଂହିତା 137:1-7ଗୀତସଂହିତା 137:1-7