3କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ, ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ, “ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”
4ଆମ୍ଭେମାନେ ବିଦେଶରେ କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା ?
5ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ, ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ।
6ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ, ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ, ତେବେ ମୋହର ଜିହ୍ୱା ମୋ’ ମୁଖର ତାଳୁରେ ଲାଗି ରହୁ।