Text copied!
CopyCompare
ଓଡିଆ ବାଇବେଲ - ଗୀତସଂହିତା - ଗୀତସଂହିତା 138

ଗୀତସଂହିତା 138:1-5

Help us?
Click on verse(s) to share them!
1ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି।
2ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ।
3ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋ’ ପ୍ରାଣକୁ ବଳ ଦେଇ ସାହସିକ କଲ।
4ହେ ସଦାପ୍ରଭୁ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି।
5ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍‍।

Read ଗୀତସଂହିତା 138ଗୀତସଂହିତା 138
Compare ଗୀତସଂହିତା 138:1-5ଗୀତସଂହିତା 138:1-5